କଣ୍ଟଦେଇ କଥା ରଖିଲେ ବଣ୍ଡଗୁଡ଼ା ସରପଞ୍ଚ ସଞ୍ଜୟ ପ୍ରଧାନ ।

ବାଲିଗୁଡା,୧୬/୦୬(ପିପିଟି): ଶିକ୍ଷକତା ଛାଡି ସମାଜସେବା ପାଇଁ ରାଜନୀତିରେ ପାଦ ଥାପିଥିବା ନବ ନିର୍ବାଚିତ ସରପଞ୍ଚ ସଞ୍ଜୟ ପ୍ରଧାନ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତିକୁ ପୂରଣ କରିଛନ୍ତି ସରପଞ୍ଚ ଭାବେ ଦାୟିତ୍ୱ ନେବାର ତିନି ମାସ ମଧ୍ୟରେ ଲୋକଙ୍କୁ ବିଶୁଦ୍ଧ ପିଇବା ପାଣି ଯୋଗାଇ ଲୋକଙ୍କ ମୁଁହରେ ହସ ଫୁଟାଇ ଜନତାଙ୍କ ଆସ୍ଥାଭାଜନ ହୋଇ ପାରିଛନ୍ତି । ଦୀର୍ଘବର୍ଷ ହେବ ବଣ୍ଡଗୁଡା ଗ୍ରାମ ପଞ୍ଚାୟତର ପାତ୍ରସାହିରେ ପାନୀୟ ଜଳର ଅସୁବିଧା ରହିଥିଲା ଲୋକେ ପାଣି ମୁନ୍ଦାକ ପାଇଁ ହୀନସ୍ତା ଭୋଗୁଥିଲେ ସେହିପରି ବିଲାବାଡ଼ି ମୁଣ୍ଡାସାହି ବାସିନ୍ଦା ଚୁଆପାଣି ଉପରେ ନିର୍ଭରଶୀଳ ଥିଲେ ଉକ୍ତ ଦୁଇଟି ସ୍ଥାନରେ ଦୁଇଟି ସୋଲାର ଚାଳିତ ପାଇପ ଜଳ ଗ୍ରାମ ପଞ୍ଚାୟତ ତରଫରୁ ବସାଇ ଲୋକଙ୍କ ଜଳ କଷ୍ଟ ଦୂରକରିଛନ୍ତି । କମ ଦିନ ମଧ୍ୟରେ ଲୋକଙ୍କ ସମସ୍ୟା ଦୂର କରିଥିବାରୁ ଅଞ୍ଚଳବାସୀ ଖୁସି ପ୍ରକଟ କରିଛନ୍ତି । ଏନେଇ ସରପଞ୍ଚ ନିଜ ପ୍ରତିକ୍ରିୟା ରେ କହିଛନ୍ତି ଯେ ପଞ୍ଚାୟତ ବାସୀ ମୋତେ ସେବାକରିବା ପାଇଁ ସୁଯୋଗ ଦେଇଛନ୍ତି ଜନସେବା ମୋର କର୍ତ୍ତବ୍ୟ । ଅଞ୍ଚଳବାସୀ କର୍ମଠ କର୍ତ୍ତବ୍ୟନିଷ୍ଠ ହେବାପାଇଁ ପ୍ରେରଣା ଯୋଗାଇ ଦେଉଛନ୍ତି ଆଗାମୀ ଦିନରେ ବଣ୍ଡଗୁଡା ଗ୍ରାମପଞ୍ଚାୟତକୁ ସର୍ବଶ୍ରେଷ୍ଠ ଓ ଆଦର୍ଶ ପଞ୍ଚାୟତ ଭାବେ ଗଢିତୋଳିବା ମୋର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଶିକ୍ଷକ ନେତାରୁ ଲୋକଙ୍କ ନେତା ଓ ସେବକ ଭାବେ ଲୋକଙ୍କ ସେବାପାଇଁ ଦିନ ରାତି ଏକ କରୁଥିବାରୁ ସଞ୍ଜୟଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)

Comments (0)
Add Comment