କବିସୂର୍ଯ୍ଯ ନଗର,୧୮/୧୧(ପିପିଟି);କବିସୂର୍ଯ୍ୟନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବ୍ଲକର ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନ ଓ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୋନମ ପୋଲାଇ , ବ୍ଲକ ଅଧ୍ୟକ୍ଷ ସନ୍ତୋଷ ପାଢୀ , ବିଡିଓ ଓ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।
(ରିପୋର୍ଟ- ଉମାଚରଣ ପଟ୍ଟନାୟକ। )