କେ.ଏନ୍.ଡି.ଏ ସମ୍ମିଳନୀ କକ୍ଷ, କଳିଙ୍ଗନଗର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର,୧୫/୦୪(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କେ.ଏନ୍.ଡି.ଏ ସମ୍ମିଳନୀ କକ୍ଷ, କଳିଙ୍ଗନଗର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୬୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୨ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୪୬ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୪୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ,ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ସପନ କୁମାର ନନ୍ଦ,ଜ଼ିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ, ଯାଜପୁର ତାପସ ରଞ୍ଜନ ଦେହୁରୀ,ତହସିଲଦାର, ବ୍ୟାସନଗର ଦେବାଶିଷ ରାଉତ, ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Comments (0)
Add Comment