କୋଭିଡ୍ ହସ୍ପିଟାଲରେ କାର୍ଯ୍ଯରତ କର୍ମଚାରୀଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର ।

ଭୁବନେଶ୍ବର,୨୦/୦୭(ପିପିଟି); ସାରା ରାଜ୍ୟର ବିଭିନ୍ନ କୋଭିଡ  କୋଭିଡ କେୟାର କେନ୍ଦ୍ରରେ କାମ କରୁଥିବା ଡାକ୍ତର, ପାରା ମେଡିକାଲ କର୍ମଚାରୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନଙ୍କ ପାଇଁ ଦୈନିକ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। କୋଭିଡ ରୋଗୀଙ୍କୁ ଚିକିତ୍ସା କରୁଥିବା ଦିନ ମାନଙ୍କରେ ଡାକ୍ତରମାନେ ଦୈନିକ ୧୦୦୦ ଟଙ୍କା, ପାରାମାଡିକାଲ କର୍ମଚାରୀ ମାନେ ଦୈନିକ ୫୦୦ ଟଙ୍କା ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନେ ଦୈନିକ ୨୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି ।

Comments (0)
Add Comment