ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ ।

ଭଞ୍ଜନଗର,୧୬/୧୦(ପିପିଟି):ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଜଗମୋହନ ମୀନା ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୨୮ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୧୧୬ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୧୨ ଟି ଥିଲା,ଜିଲ୍ଲାପାଳ ତ୍ୱରିତ ୧୩ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଜିଲ୍ଲାପାଳ ୧୦ ଜଣଙ୍କୁ (ଭିନ୍ନକ୍ଷମ ଏଂବ ବାର୍ଦ୍ଧକ୍ୟ )ଭତ୍ତା ପ୍ରଦାନ ସହିତ ଜଣଙ୍କୁ ଏକ ହୁଇଲ ଚେୟାର ପ୍ରଦାନ କରିଥିଲେ ଏବଂ ଏହା ସହିତ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ସହାୟତା ପାଣ୍ଠିରୁରୁ ଜଣକୁ ୧୫୦୦୦ ଟଙ୍କା ହିସାବରେ ଦୁଇ ଜଣଙ୍କୁ ୩୦୦୦୦ ଟଙ୍କା ପ୍ରଦାନ କରିଥିଲେ ,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,ଗଞ୍ଜାମ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଭି, କୀର୍ତିଭାସନ, ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ରାୟ,ଭଞ୍ଜନଗର ଏସ.ଡ଼ି.ପି.ଓ. ବିଶ୍ୱାମିତ୍ର ହରପାଲ, ଉତ୍ତର ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ,ଭଞ୍ଜନଗର ବି.ଡ଼ି.ଓ. ଶଶିଭୂଷଣ ମହାପାତ୍ର, ଭଞ୍ଜନଗର ତହସିଲଦାର ଅଚ୍ୟୁତା ନନ୍ଦ ଯାନୀ, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟ ନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର, ଭଞ୍ଜନଗର ଥାନା ଅଧିକାରୀ ଭଗବାନ ପୂଜାରୀ ,ଡେପୁଟି କଲେକ୍ଟର କଳାକାହ୍ନୁ ପ୍ରଧାନ, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,ଏଷ୍ଟା ବ୍ଲିଶମେଣ୍ଟ ଅଫିସର ଅନିଲ କୁମାର ପଣ୍ଡା, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Comments (0)
Add Comment