ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ।

ବ୍ରହ୍ମପୁର,୨୪/୦୬(ପିପିଟି): ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଓ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ଶର୍ବଣ ବିବେକ ଏମ୍ ଙ୍କ ଦ୍ଵାରା ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଦୀନା ଦସ୍ତଗୀର ମଧ୍ୟ ଉପସ୍ଥିତ ଥିଲେ ।

ଆଜିର ଅଭିଯୋଗ ଶୁଣାଣିରେ ସମୁଦାୟ ୧୧୧ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୯୨ଟି ଗ୍ରାମ ଭିତ୍ତିକ ସମସ୍ୟା ୬ଟି ରହିଥିବାବେଳେ ୧୧ଟି ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା । ରେଡକ୍ରସ ତରଫରୁ ଦୁଇ ଜଣଙ୍କୁ ୧୦୦୦୦ ଓ ୩୦୦୦ ଟଙ୍କା ସହାୟତା ରାଶି ଚେକ୍ ଦ୍ଵାରା ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ଅଭିଯୋଗ ଗୁଡ଼ିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣିରେ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହାସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ ।

Comments (0)
Add Comment