ମାଲକାନଗିରି,୧୨/୦୯(ପିପିଟି):ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ତାଲୁକ ଆଇନ ସେବା ପ୍ରାଧିକରଣ ମୋଟୁ ମାଥିଲି, କୁଡୁମୁଲଗୁମ୍ମା, ଗ୍ରାମ ନ୍ୟାୟାଳୟ, କୋରୁକୋଣ୍ଡା, ମାଲକାନଗିରି ଦ୍ଵାରା ୩ୟ ଜାତୀୟ ସ୍ତରୀୟ ଲୋକ ଅଦାଲତ ମାଲକାନଗିରିର ସମସ୍ତ ବିଚାରାଳୟ ଠାରେ ଅନୁଷ୍ଠିତ ହୋଇଯାଇ ଅଛି। ଏହି ଲୋକ ଅଦାଲତରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ଜିଲ୍ଲା ଜଜ ତଥା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ବିଚାରପତି ଶାନ୍ତନୁ କୁମାର ଦାସ, ମୁଖ୍ୟ ଦଣ୍ଡାଧିକାରୀ ଡାଃ ପ୍ରଦୀପ କୁମାର ପ୍ରଧାନ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ତଥା ବରିଷ୍ଠ ଦେଵାନୀ ବିଚାରପତି ସଂଗୀତା ପାତ୍ର, ବରିଷ୍ଠ ଦେଵାନୀ ବିଚାରପତି (ମହିଳା କୋର୍ଟ), ପ୍ରିୟଦର୍ଶିନୀ ପଣ୍ଡା, ବରିଷ୍ଠ ଦେଵାନୀ ବିଚାରପତି, ଲୋପାମୁଦ୍ରା ପ୍ରକାଶ , ଉପଖଣ୍ଡ ଦଣ୍ଡାଧିକାରୀ, ପ୍ରତିମା ସାହୁ ଏବଂ ଗ୍ରାମ ନ୍ୟାୟାଧିକାରୀ ପରିନିତା ନାୟକ , ପ୍ରଥମ ଶ୍ରେଣୀ ଦଣ୍ଡାଧିକାରୀ ମାଥିଲି ରାହୁଲ କୁମାର ଜେନା, ପ୍ରଥମ ଶ୍ରେଣୀ ଦଣ୍ଡାଧିକାରୀ , କୁଡୁମୁଲୁ ଗୁମ୍ମା ବିମଲ ଲକ୍ଷ୍ମୀ ଚୌଧୁରୀ, ପ୍ରଥମ ଶ୍ରେଣୀ ଦଣ୍ଡାଧିକାରୀ ଆଦିତ୍ୟ କୁମାର ପୃଷ୍ଟି ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରକାର ମକଦ୍ଦମାର ବିଚାର କରିଥିଲେ ।
ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ମୋଟ ୨୪୫୧୮ ଗୋଟି ମକଦ୍ଦମାର ଫଇସଲା କରାଯାଇ ୧୩୮୨୪୧୯୯/- ଟଙ୍କା ଧାର୍ଯ୍ୟ କରାଯାଇଥିଲା । ଏହି ଲୋକ ଅଦାଲତ ରେ ଜିଲ୍ଲା କୋର୍ଟ, ଅତିରିକ୍ତ ଜିଲ୍ଲା ଜଜ କୋର୍ଟ, ସବ ଜଜ କୋର୍ଟ, ଏସଡ଼ିଜେଏମ କୋର୍ଟ, ମୋଟୁ ଲୋକ ଅଦାଲତ ରେ ଜିଲ୍ଲା କୋର୍ଟ, ଅତିରିକ୍ତ ଜିଲ୍ଲା ଜଜ କୋର୍ଟ, ସବ ଜଜ କୋର୍ଟ, ଏସଡ଼ିଜେଏମ କୋର୍ଟ, ମୋଟୁ ଜେଏମଏଫସି କୋର୍ଟ, ମାଥିଲି ଜେଏମଏଫସି କୋର୍ଟ, କୁଡୁମୁଲୁଗୁମ୍ମା ଜେଏମଏଫସି କୋର୍ଟ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ମାଲକାନଗିରି ଓ ତାଲୁକ ଆଇନ ସେବା ସମିତି, ମୋଟୁ ର ସମସ୍ତ କର୍ମଚାରୀ ଓ ମାଲକାନଗିରି ଓ ମୋଟୁ ର ଓକିଲ ସଂଘ ର ସଭ୍ୟ ଗଣ ଉପସ୍ଥିତ ରହି ଅଦାଲତ କାର୍ଯ୍ୟ ରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।
(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ)