ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର,୦୩/୦୮(ପିପିଟି ): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୧୯୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୨୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୧୦ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୬୮ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମାଝୀ,ଡେପୁଟି କଲେକ୍ଟର, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ସାରସ୍ୱତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ବ୍ରହ୍ମାନନ୍ଦ ବେହେରା, ତହସିଲଦାର , ଯାଜପୁର ରବିନାରାୟଣ ପାଢ଼ୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲ୍ଲାରେ ୬ ଜଣ ଦୃଷ୍ଟିବାଧିତ ଛାତ୍ର ଛାତ୍ରୀ ଯଥା: ଜିତେନ୍ଦ୍ର ସେନାପତି, ଉମେଶ ଖିଲାର, ଶୁଭଲକ୍ଷ୍ମୀ ସାହୁ, ସ୍ୱସ୍ତିକ କୁମାର ମହାନ୍ତି, ବିପ୍ଳବ କୁମାର ଦାସ, ଏବଂ ରାଜକିଶୋର ସାହୁଙ୍କୁ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ମାଗଣା ଲାପଟପ୍ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଜାନକୀ ହେମ୍ବ୍ରମ୍ ଉପସ୍ଥିତ ଥିଲେ।

Comments (0)
Add Comment