ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ।

ମାଲକାନଗିରି, ୧୦/୦୨(ପିପିଟି):ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଳନ କରାଯାଇଛି। ଜାତୀୟ କୃମିନାଶକ ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମାଲକାନଗିରି ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଉପସ୍ଥିତ ରହି ଶିଶୁମାନଙ୍କୁ କୃମିନାଶକ ଔଷଧ ସେବନ କରାଇଥିଲେ।
ଏହି ଅବସରରେ ଜିଲ୍ଲାପାଳ ଶିଶୁମାନଙ୍କ ସୁସ୍ଥତା, ପୋଷଣ ଓ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ କୃମିନାଶ ଉପରେ ସନ୍ଦେଶ ଦେଇଥିଲେ। ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Comments (0)
Add Comment