ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ଫଳ ବେଶରେ ଦର୍ଶନ ଦେଲେ ମା ପାଟଖଣ୍ଡା ।

ବାଲିଗୁଡା, ୨୪/୦୩(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ପାଟଖଣ୍ଡାଙ୍କ ଚୈତ୍ର ମାସର ତୃତୀୟ ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ତୃତୀୟ ମଙ୍ଗଳବାର ରେ ମା’ପାଟଖଣ୍ଡା ଫଳ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି । ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା ‘ଙ୍କ ଦର୍ଶନ କରିଥିଲେ । ପ୍ରତ୍ୟୁଷରୁ ମା’ ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା’ଙ୍କର ଏହି ଫଳ ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା । ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ । କିଛି ଭକ୍ତଙ୍କ ଛୁଆ ମାନଙ୍କୁ ଏହି ଯାତ୍ରାରେ ଚୁଟି ମଣ୍ଡନ କରିଥିବା ଦେଖିବାକୁ ମିଳିଥିଲା । ଏ ନେଇ ମନ୍ଦିର ପରିଚାଳନା କମିଟି ଓ କେତେକ ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା । କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ ।

ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ

Comments (0)
Add Comment