ଯାଜପୁର,୨୭/୦୧(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଦାନଗଦି ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି.ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୮୫ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୩ଟି,ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୪୫ ଗୋଟି, ରେଡ କ୍ରସ ପାଣ୍ଠିରୁ ୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୫୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ୍,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଡଃ ପ୍ରକାଶ ଚନ୍ଦ୍ର ବଳ, ଉପ ଜିଲ୍ଲାପାଳ ଅଂଶୁମାନ ଶତପଥି, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ଦାନଗଦି, ପ୍ରଦୀପ କୁମାର ସେଠୀ,ତହସିଲଦାର, ଦାନଗଦି,ରଞ୍ଜିତ କୁମାର ମଲ୍ଲିକ,ଜିଲ୍ଲା ସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।