ଦୀପାବଳିର ଶୁଭେଚ୍ଛା ଜଣାଇଲେ ପୁର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ।

ଯାଜପୁର,୩୦/୧୦(ପିପିଟି):ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଚଳଚଞ୍ଚଳ। ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର । ଆନନ୍ଦ, ଆଲୋକ,ଉତ୍ସାହ,ସୁଖ,ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । ଏହି ଅବସରରେ ରାଜ୍ୟ ଓ ସୁକିନ୍ଦା ବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ପୁର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ । ଦୀପାବଳି ଆପଣଙ୍କ ପରିବାରରେ ଆନନ୍ଦ ଓ ଉଲ୍ଲାସ ଭରିଦେଉ ବୋଲି କହିଛନ୍ତି ଘଡେଇ । ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନଦ୍କାର ଦୂର ହେଉ ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଛୁରିତ ହେଉ ବୋଲି କାମନା କରିଛନ୍ତି ଘଡେଇ ।

ଆଜି ଦୀପାବଳିରେ ଗାଁଠୁ ସହର ଉତ୍ସବମୁଖର । ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳି । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା । ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି ।

Comments (0)
Add Comment