ଭୁବନେଶ୍ବର,୧୭/୦୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସମେତ ଅନ୍ଯାନ୍ଯ ମନ୍ତ୍ରୀ ଓ ବହୁ ବିଶିଷ୍ଟ ଅତିଥି ତଥା ଅଧିକାରୀମାନେ ଉପସ୍ଥିତ ଥିଲେ।