ବିଦ୍ୟୁତ ଆଘାତରେ ଯୁବକର ମୃତ୍ୟୁ ।

ଭଞ୍ଜନଗର,୨୦/୧୧(ପିପିଟି): ଭଞ୍ଜନଗର ଥାନା ଅନ୍ତର୍ଗତ ସାନକୋଦଣ୍ଡା ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ଜଣେ ଯୁବକଙ୍କ ମୁତ୍ୟୁ ହୋଇଥିବା ଜଣାପଡିଛି। ମୃତ ଯୁବକର ନାମ ବଳଭଦ୍ର ପ୍ରଧାନ (୨୩)l ଶୁକ୍ରବାର ରାତି ପ୍ରାୟ ୧୧ଟା ସମୟରେ ବଳଭଦ୍ର ଘରର ଏକ ବିଦ୍ୟୁତ ବଲ ବଦଳଉଥିବା ସମୟରେ କୌଣସି କାରଣରୁ ବିଦ୍ୟୁତ ଆଘାତ ପାଇ ତଳେ ପଡିଯାଇଥିଲା । ଏହା ଦେଖି ପରିବାର ଲୋକେ ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରିଥିଲେ । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଏହି ଖବର ପାଇ ଭଞ୍ଜନଗର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ ପଠାଇଥିବା ଜଣାପଡିଛି ।

(ରିପୋର୍ଟ – ଜୟକୃଷ୍ଣ ପଟ୍ଟନାୟକ ।)

Comments (0)
Add Comment