ଭୁବନେଶ୍ବର,୨୫/୦୨:ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ।ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଲା । ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବ୍ଡିଭିଜନ ମୁଖ୍ୟାଳୟ ଅଟେ।