ବେଲଗୁଣ୍ଠା,୦୬/୦୩(ପିପିଟି):ଆଜି ବେଲଗୁଣ୍ଠା ବ୍ଳକରେ କାର୍ଯ୍ୟରତ ଦୁଇ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଅବସର ଗ୍ରହଣ କରିଥିବା ବେଳେ ସମସ୍ତ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତିଙ୍କ ଆହ୍ୱାନ କ୍ରମେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅତିଥି ରୂପେ ଅବସର ଗ୍ରହଣ କରୁ୍ଥିବା ଶିକ୍ଷକ ମନୋଜ କୁମାର ପଣ୍ଡା, ଶିକ୍ଷୟିତ୍ରୀ ଭାଗ୍ୟଲତା ସାହୁ,ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତିଭା ରଥ, ପ୍ରଶାନ୍ତ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପୁଷ୍ପଗୁଚ୍ଛ, ଉପଢ଼ୌକନ ଏବଂ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର କର୍ମକର୍ତ୍ତା,ସଦସ୍ୟ ଏବଂ ସିଆରସିସିମାନେ ପରିଚାଳନା କରିଥିଲେ । ଏହି ଅବସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ କରାଯାଇଥିଲା ।
ରିପୋର୍ଟ୍ -ସୁଶାନ୍ତ କୁମାର ବେହେରା