ବ୍ରହ୍ମପୁରରେ ଜନଶୁଣାଣି ଶିବିର, ୧୧୫ ଅଭିଯୋଗ ଗ୍ରହଣ ।

ବ୍ରହ୍ମପୁର,୦୫/୧୦(ପିପିଟି): ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ଶୁଣାଣି କରି ତ୍ୱରିତ ସମାଧାନ ନିମନ୍ତେ ଆଜି ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଶିବିରରେ ମୋଟ ୧୧୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୮୫ଟି ବ୍ୟକ୍ତିଗତ ସମସ୍ୟା ଏବଂ ୧୫ଟି ଗ୍ରାମସ୍ତରୀୟ ସମସ୍ୟା ସମ୍ପର୍କିତ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୧୪ଟି ଆବେଦନ ଗ୍ରହଣ କରାଯାଇଥିଲା । ଏଥିମଧ୍ୟରୁ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ।

ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକର, ବିଏମ୍‌ସି କମିଶନର ଆକବରମ ସସ୍ୟା ରେଡ୍ଡୀ, ବ୍ରହ୍ମପୁର ଉପ-ଜିଲ୍ଲାପାଳ ଅବିନାଶ କୁମାର, ବ୍ରହ୍ମପୁର ଡିଏଫ୍ଓ ସନ୍ନି ଖୋଖର ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଶିବିରରେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ । ଅଭିଯୋଗଗୁଡ଼ିକୁ ତର୍ଜମାକରି ତ୍ୱରିତ ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Comments (0)
Add Comment