ବ୍ରହ୍ମପୁର,୨୭/୦୫(ପିପିଟି) :ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ା ଏମ୍ ଶ୍ରବଣା ବିବେକ, ବ୍ରହ୍ମପୁର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର, ପ୍ରୋବେସନ ଭା.ପ୍ର.ସେ ମ୍ରିନାଲିକା ରାଠୋରଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୩୫ଟି ଅଭିଯୋଗ ର ଶୁଣାଣୀ କରାଯାଇଥିଲା । ବ୍ୟକ୍ତିଗତ ଅଭିଯୋଗ ୩୨ଟି ଥିବାବେଳେ ସାମୁହିକ ଅଭିଯୋଗ ୨ଟି ଥିଲା ଏବଂ ତ୍ୱରିତ ଦୁଇଟି ଅଭିଯାଗର ଫଇସଲା ହୋଇଥିଲା । ଜଣଙ୍କୁ ରେଡକ୍ରସ ପାଣ୍ଠି ତରଫରୁ ୨୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା
। ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ରାସନ୍ କାର୍ଡ, ଭତ୍ତା,ଶିକ୍ଷା ,ସ୍ଵାସ୍ଥ୍ୟ,ସୁଭଦ୍ରା,ଜଳ ସମସ୍ୟା ଇତ୍ୟାଦି । ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣିରେ ପ୍ରତ୍ୟେକ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ,ବ୍ରହ୍ମପୁର ଉପଖଣ୍ଡର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।