ବାଲିଗୁଡା,୨୦/୦୧(ପିପିଟି):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଳକ କଲୋନୀ ଉ.ପ୍ରା.ବିଦ୍ୟାଳୟର ୫୦ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ଦାସଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଆୟୋଜିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଛାତ୍ର ଛାତ୍ରୀ ଙ୍କ ଉଦେଶ୍ୟରେ ନିୟମିତ ଠିକ ଭାବେ ପାଠ ପଢା ଜାରୀ ରଖିବା ସହ ସଂଗୀତ, କଳା, କ୍ରୀଡା,ଭଳି ବିଭିନ୍ନ କାର୍ଯ୍ୟ କ୍ଷେତ୍ରରେ ସଫଳତା ର ସହ ପାହାଡ଼ ଚଢ଼ିବା ପାଇଁ ଚେଷ୍ଟା ଜାରୀ ରଖିଲେ ନିଶ୍ଚୟ ଟେକ ରଖିପାରିବା ବୋଲି ବିଭିନ୍ନ ଉଦାହରଣ ମାଧ୍ୟମରେ ବୁଝାଇ ଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୂଖ୍ୟଵକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା,ସମ୍ମାନିତ ଅତିଥି ଭାବେ ସିଆରସିସି ଅମୂଲ୍ୟ କୁମାର ନାୟକ,ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନଶିକ୍ଷକ ଉତ୍ତର କୁମାର ସାହୁ, ଆର୍ତ୍ତ ଚନ୍ଦ୍ର ଖଟୁଆ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସନ୍ଧ୍ୟା ରାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱରା ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ । ଛାତ୍ର ଛାତ୍ରୀ ମାନଙ୍କର ପିତା ମାତା ଏବଂ ଅଭିଭାବକ ଓ ଅଭିଭାବିକା ମାନେ ମଧ୍ୟ ଉପସ୍ଥିତ ଥିଲେ । ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)