ମା’ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ।

କୋଦଳା,୨୭/୦୭(ପିପିଟି): ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସାଙ୍କୁଡ଼ା ସ୍ଥିତ ଧବଳେଶ୍ଵର ବିଦ୍ୟାପୀଠ ଠାରେ ମା’ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଇକୋ କ୍ଳବ କାର୍ଯ୍ୟକ୍ରମ ନିର୍ବାହକ ଶିକ୍ଷକ ନୀଳକଣ୍ଠ ଦାଶଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଦ୍ୟାପୀଠର ଇକୋ କ୍ଳବ ଓ ଶକ୍ତି କ୍ଳବ ର ଛାତ୍ରଛାତ୍ରୀ, ସ୍କାଉଟ ଓ ଗାଇଡ୍ ର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ବୂକ୍ଷରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ଶାରୀରିକ ଶିକ୍ଷା ପରିଦର୍ଶକ ଭାଗିରଥୀ ସ୍ଵାଇଁ, ପ୍ରଧାନ ଶିକ୍ଷକ ଦେବରାଜ ମହାପାତ୍ରଙ୍କ ସମେତ ସମସ୍ତ ଶିକ୍ଷକ ଓ କର୍ମଚାରୀ, ନାଏବ ସରପଞ୍ଚ ଗଦାଧର ପ୍ରଧାନ ଉପସ୍ଥିତ ରହି ବୂକ୍ଷରୋପଣ କରିବା ସହିତ ଏହାର ଆବଶ୍ଯକତା ଉପରେ ଆଲୋଚନା କରିଥିଲେ । ଶେଷରେ “ପିଲାଟିଏ ଗଛଟିଏ” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କୁ ଚାରା ପ୍ରଦାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ପ୍ରାୟ ପଚାଶରୁ ଉର୍ଦ୍ଧ୍ବ ଚାରା ରୋପଣ କରାଯାଇଥିଲା ।

(ରିପୋର୍ଟ- ସୂର୍ଯ୍ୟନାରାୟଣ ବଡୁ ।)

Comments (0)
Add Comment