ଭଞ୍ଜନଗର, ୧୬/୧୨(ପିପିଟି) :ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ଅଭିଯୋଗର ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର,ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ଏହି ଅଭିଯୋଗ ଶୁଣାଣିରେ ଉପସ୍ଥିତ ରହି ସମୁଦାୟ ୭୪ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ।ସେଥି ମଧ୍ୟରେ ବ୍ୟକ୍ତିଗତ ଅଭିଯୋଗ ୬୪ଟି ଥିବାବେଳେ,ଗ୍ରାମାଞ୍ଚର ୧୦ଟି ଅଭିଯୋଗ ଥିଲା।ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୪ଟି ଅଭିଯାଗର ଫଇସଲା କରିଥିଲେ। ଗ୍ରହଣ କରିଥିବା ଅନ୍ୟ ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଭଞ୍ଜନଗର ଏସଡିପିଓ ସୁଜିତ କୁମାର ନାୟକ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ,ଭଞ୍ଜନଗର ପୂର୍ତ୍ତ ବିଭାଗ ଏସଡ଼ିଓ ପ୍ରତାପ ନାୟକ,ଗୋଷ୍ଠି ଶିକ୍ଷା ଅଧିକାରୀ ଏସ. ଧନଞ୍ଜୟ, ଅତିରିକ୍ତ ତହସିଲଦାର ଅବିନାଶ ମାହାର,ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।
ରିପୋର୍ଟ- (ଜେ.କେ ପଟ୍ଟନାୟକ)