ହିଞ୍ଜିଳିକାଟୁ,୨୬/୦୩(ପିପିଟି): ହିଞ୍ଜିଳି ବିଧାୟକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ହିଞ୍ଜିଳି ଗସ୍ତରେ ଆସି ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଥିଲେ । ସମୁଦାୟ ୧୯୫୨.୮୯ କୋଟି ଟଙ୍କାର ୮୫୨ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏଥି ସହ ହିତାଧିକାରୀ ମାନଙ୍କୁ ଗ୍ରାମକଣ୍ଟକ ପଟ୍ଟା ଓ ମିଶନ ଶକ୍ତି ମହିଳାଙ୍କୁ ଋଣ ସହାୟତା ରାଶି ବଣ୍ଟନ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଚିକିଟି ବିଧାୟିକା ତଥା ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ,ଗଞ୍ଜାମ ଜିଲ୍ଲା ଜିଲ୍ଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ , ଆସିକା ସାଂସଦ ପ୍ରମିଳା ବିଷୋୟୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ । ଉକ୍ତ ସଭାରେ ପାଞ୍ଚ ହଜାରରୁ ଉର୍ଦ୍ଧ୍ବ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା ଓ ସଙ୍ଗଠକ ଉପସ୍ଥିତ ଥିବାର ଦେଖିବାକୁ ମିଳିଥିଲା ।
(ରିପୋର୍ଟ- ଅଜିତ୍ କୁମାର ପଟ୍ଟନାୟକ। )