ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହିତ ଆର୍ଥିକ ସହାୟତା ପ୍ରଦାନ କଲେ ପୂର୍ବତନ ମନ୍ତ୍ରୀ।

ପୋଲସରା,୦୯/୧୨(ପିପିଟି):ପୋଲସରା ବ୍ଲକ୍ ଖଣ୍ଡୁରୁ ଗ୍ରାମର କାଞ୍ଚନ ସାହୁ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସେହିଭଳି ପୋଲସରା ବ୍ଲକ୍ ଜିଲୁଣ୍ଡା ଗ୍ରାମର ପ୍ରଶାନ୍ତ ବେହେରା (ବୟସ – ୩୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Comments (0)
Add Comment