ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ।

ପୋଲସରା,୨୧/୦୧(ପିପିଟି): ପୋଲସରା ବ୍ଲକ୍ ହଂସରାଳି ଗ୍ରାମର ଟୁନା ନାହାକ (ବୟସ – ୪୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସେହିଭଳି ବୁଗୁଡ଼ା ବ୍ଲକ୍ ମାଣିତରା ଗ୍ରାମର ଟୁନା ବେହେରା (ବୟସ – ୪୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Comments (0)
Add Comment