ମୌସୁମୀ ବର୍ଷା ଓ ଏଲ୍ ନିନୋ ଆଶଙ୍କାର ମୁକାବିଲା ପାଇଁ ଖରିଫ୍ ୨୦୨୬ ରଣନୀତି ପ୍ରସ୍ତୁତ କଲା ଓଡ଼ିଶା ।

ଭୁବନେଶ୍ୱର,୨୭/୦୫(ପିପିଟି):ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଚଳିତ ବର୍ଷ ରାଜ୍ୟରେ ସ୍ଵାଭାବିକଠାରୁ କମ୍ ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା ଏବଂ ଏଲ୍ ନିନୋ (El Niño) ର ପ୍ରଭାବ ନେଇ କରାଯାଇଥିବା ଆକଳନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ଉପ-ମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଏକ ଉଚ୍ଚସ୍ତରୀୟ ଭର୍ଚ୍ଚୁଆଲ୍ ସମୀକ୍ଷା ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଆସନ୍ତା ଖରିଫ୍ ୨୦୨୬ ଋତୁ ପାଇଁ ବ୍ୟାପକ ଭାବେ କୃଷି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ଓ ପ୍ରସ୍ତୁତି ରଣନୀତି ଉପରେ ଆଲୋଚନା କରାଯାଇଛି।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲା ପ୍ରଶାସନଗୁଡ଼ିକୁ ସମ୍ବୋଧିତ କରି  ଉପ-ମୁଖ୍ୟମନ୍ତ୍ରୀ ସିଂହଦେଓ ଆସନ୍ତା ଋତୁରେ ଚାଷୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ସମସ୍ତ ବିଭାଗ, ଜିଲ୍ଲା କର୍ତ୍ତୃପକ୍ଷ ଏବଂ ଗବେଷଣା ପ୍ରତିଷ୍ଠାନଗୁଡ଼ିକୁ ନିଜ ନିଜ ମଧ୍ୟରେ ସମ୍ପୂର୍ଣ୍ଣ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର-ତଥା-ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, ସମବାୟ ବିଭାଗର କମିଶନର-ତଥା-ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, ଓୟୁଏଟି କୁଳପତି ଡକ୍ଟର ପ୍ରଭାତ କୁମାର ରାଉଳ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶୁଭମ ସକ୍ସେନା, ଉଦ୍ୟାନ କୃଷି ନିର୍ଦ୍ଦେଶକ କାଲୁଙ୍ଗେ ଗୋରଖ ୱାମନ, ଆଇଏମଡି (IMD) ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାପାତ୍ର, ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସାଲୱାର ଏବଂ ଅନ୍ୟାନ୍ୟ ବରିଷ୍ଠ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

 

Comments (0)
Add Comment