ଯାଜପୁର ଜିଲ୍ଲାରେ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଯାଜପୁର, ୨୬/୧୦(ପିପିଟି): ଦୁର୍ନୀତିମୁକ୍ତ ସମାଜ ଗଠନ ତଥା ସରକାରୀ କାର୍ଯ୍ୟରେ ସ୍ୱଚ୍ଛତା, ସଚ୍ଚୋଟତା ଓ ଉତ୍ତରଦାୟିତ୍ୱବୋଧକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆଜି ଯାଜପୁର ଜିଲ୍ଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବାନନ୍ଦ ସ୍ୱାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଭିଜିଲାନ୍ସ ବିଭାଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁଶୀଲ ଏକ୍କାଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ସେହିପରି ସୁକିନ୍ଦା ବ୍ଲକଠାରେ ଆୟୋଜିତ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଉପସ୍ଥିତ ଅଧିକାରୀ, କର୍ମଚାରୀ ଓ ଅନ୍ୟମାନଙ୍କୁ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ।
ଏଥିସହ ଜିଲ୍ଲାର ସମସ୍ତ ବ୍ଲକ, ତହସିଲ ଓ ବିଭିନ୍ନ କ୍ଷେତ୍ରୀୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ମଧ୍ୟ ଏହି ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଦୁର୍ନୀତିକୁ ଦୂର କରିବା ସହ ସରକାରୀ କାର୍ଯ୍ୟରେ ସଚ୍ଚୋଟତା, ନିରପେକ୍ଷତା ଓ ସ୍ୱଚ୍ଛତା ବଜାୟ ରଖିବା ଏବଂ ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ କରିବା ଦିଗରେ ସମସ୍ତେ ନିଜ ନିଜର ଦାୟିତ୍ୱ ସଠିକ୍ ଭାବେ ନିର୍ବାହ କରିବାକୁ ଏହି ଶପଥ ପାଠ କାର୍ଯ୍ୟକ୍ରମ ମାଧ୍ୟମରେ ଆହ୍ୱାନ ଦିଆଯାଇଥିଲା।

Comments (0)
Add Comment