ଯାଜପୁର,୦୬/୦୬(ପିପିଟି): ସୋମବାର ପୂର୍ବାହ୍ନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟାରେ କରିବାକୁ ପରାମର୍ଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିଦ୍ଦେର୍ଶ ଦେଇଥିଲେ । ଆବାସ ଯୋଜନା, ଭା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୧୯୧ ଗୋଟି ଅଭିଯୋଗ ମଧ୍ୟରୁ ୧୮୬ ଗୋଟି ବ୍ୟକ୍ତିଗତ, ୪୧ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୨୭ ଗୋଟି, ସାମୁହିକ ୫ ଗୋଟି ଆବେଦନ ପତ୍ର ମିଳିଥିଲା । ତତକ୍ଷଣାତ୍ ୧୧୦ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ ର୍କୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିଦେ୍ର୍ଦଶ ଦିଆଗଲା । ଚଳିତ ମାସ ୧୩ ତାରିଖ ସୋମବାର ବିଂଝାରପୁର ବ୍ଳକ୍ କାର୍ଯ୍ୟାଳୟ ଠାରେ ସକାଳ ୮ ଘଟିକା ଠାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଯୁଗ୍ମ ଜନ ଶୁଣାଣି ଚାଲୁ ରହିବ । ସେହିପରି ଜୁନ ୨୦ ତାରିଖ ସୋମବାର କୋରାଇ ବ୍ଳକ୍ କାର୍ଯ୍ୟାଳୟ ଏବଂ ୨୭ ତାରିଖ ସୋମବାର ଧର୍ମଶାଳା ବ୍ଳକ୍ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି ।
ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିଦ୍ଦେର୍ଶକ ଅଶୋକ କୁମାର ବେହୁରିଆ, ଏସ୍.ଡି.ପି.ଓ. ସରୋଜ କୁମାର ଉପାଧ୍ୟାୟ, ଯାଜପୁର ବି.ଡି.ଓ. ସୈାରଭ ଚକ୍ରବର୍ତ୍ତୀ, ଜିଲ୍ଲୃ ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋମା ପୃଷ୍ଟି ,ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟଯୋଶୀ, ଅତିରିକ୍ତ ତହସିଲଦାର କ୍ଷୀରୋଦ କୁମାର ଦାସ, ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଲିକ ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।