ଭୁବନେଶ୍ବର,୧୦/୦୫: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।