ଭୁବନେଶ୍ବର,୧୮/୦୬: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୦୨ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୩ ଟି ଜିଲ୍ଲାରୁ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରେ ୨୭ ଜଣ, କଟକ ଜିଲ୍ଲାରୁ ୦୨ ଜଣ, ପୁରୀ ଜିଲ୍ଲାରୁ ୦୩ ଜଣ, ଷ୍ଟେଟ ପୁଲ୍ ରୁ ୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୮୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୭୯,୪୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।