ଭୁବନେଶ୍ବର,୨୮/୦୬: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟ ରୁ ୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ ଟି ଜିଲ୍ଲାରୁ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରେ ୬୫ ଜଣ,ପୁରୀ ଜିଲ୍ଲାରୁ ୦୧ ଜଣ, କଟକି ଜିଲ୍ଲାରେ ୨୧ ଜଣ,ସୁନ୍ଦରଗଡ ଜିଲ୍ଲାରେ ୦୬ ଜଣ ସମ୍ବଲପୁର ଜିଲ୍ଲାରେ ୦୪ ଜଣ, ଯାଜପୁର ଜିଲ୍ଲାରୁ ୦୨ ଜଣ, ଷ୍ଟେଟ ପୁଲ୍ ରୁ ୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୪୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୭୯,୭୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ରଜ୍ଯରେ ଗତ ୨୪ ଘଣ୍ଟା ମଧ୍ଯରେ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ।
