ଭୁବନେଶ୍ବର,୧୨/୦୫: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ,ଯାଜପୁର ୧ ଜଣ ,କେନ୍ଦ୍ରାପଡା ୨ ଜଣ ,ସମ୍ବଲପୁର ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।