ରସୁଲପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।

ଯାଜପୁର,୨୧/୧୦(ପିପିଟି): ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୧୦୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୬ ଗୋଟି,ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୬ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୫୯ ଗୋଟି, ଅଭିଯୋଗର ଶୁଣାଣି କରାଯାଇଥିଲା । ୬୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା,ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଶୁଭେନ୍ଦ୍ର କୁମାର ସାମଲ,ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଅଶୋକ କୁମାର ବେହୁରିଆ,ଉପ ଜିଲ୍ଲାପାଳ ଅଂଶୁମାନ ଶତପଥି , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରସୁଲପୁର,ତହସିଲଦାର,ରସୁଲପୁର, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।

(ରିପୋର୍ଟ-ଅକ୍ଷୟ କୁମାର ରାଉତ)

Comments (0)
Add Comment