ମାଲକାନଗିରି,୦୮/୦୭(ପିପିଟି): ମାଲକାନଗିରି ସଦର ମହକୁମା ସ୍ଥାନୀୟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମଳନୀ କକ୍ଷରେ ଏକ ରାଗିଙ୍ଗ ନିରୋଧ ବୈଠକ ଜିଲ୍ଲାପାଳ ବିଶାଲ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତହୋଇ ଯାଇଛି । ଏହି ବୈଠକରେ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ଅସୁବିଧାକୁ କିପରି ଭାବରେ ସହଜରେ ଦୂରିକରଣ କରା ଯିବା ସହ ଆମ ଜିଲ୍ଲାକୁ କିପରି ରାଗିଙ୍ଗ ମୁକ୍ତ କରାଯାଇ ପାରିବ ସେ ପରିପ୍ରେକ୍ଷୀରେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ମାନଙ୍କୁ ପରାମର୍ଶ ଦେଇଥିଲ । ଯଦି କୌଣସି ଛାତ୍ରଛାତ୍ରୀ ରାଗିଙ୍ଗରେ ଲିପ୍ତ ରୁହନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କଡା ଚେତାବନି ଦେଇଛନ୍ତି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ, ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ ଏବଂ ଜିଲ୍ଲାର ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ଉପସ୍ଥିତ ଥିଲେ ।
(ରିପୋର୍ଟ:ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)