ରାଜ୍ଯସରକାର ୯ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ।

ଭୁବନେଶ୍ବର,୧୦/୦୮: ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରିରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା, ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ। ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Comments (0)
Add Comment