ରାଜ୍ୟରେ ସଂକ୍ରମିତ ସଂଖ୍ଯା ୨,୫୨,୨୩୯, ମୃତ୍ଯୁ ସଂଖ୍ଯା ୧,୦୨୨

ଭୁବନେଶ୍ଵର,ତା-୧୧/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୪୩,୫୬୫ ମଧ୍ୟରୁ ୩୯,୦୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୩,୧୪୪ ମଧ୍ୟରୁ ୨୦,୮୬୮ ଜଣ ସୁସ୍ଥ ,୮୪ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୨,୫୪୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୭,୫୫,୬୭୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୫୨,୨୩୯ ଚିହ୍ନଟ ହୋଇଛନ୍ତି ୨,୨୪,୨୭୩ ଜଣ ସୁସ୍ଥ ହୋଇଥିବା ବେଳେ ୨୬,୮୯୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୦୨୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୫୪୬ ଜଣଙ୍କ ମଧ୍ୟରୁ ୧,୫୦୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୪୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment