ଭୁବନେଶ୍ବର,୨୯/୧୨(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୬୩ । ବର୍ତ୍ତମାନ ସୁଦ୍ଧା ୬୮,୮୨,୫୫୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୯,୦୦୧ ଚିହ୍ନଟ ହୋଇଛନ୍ତି ୩,୨୪,୩୯୨ ଜଣ ସୁସ୍ଥ ହୋଇଥିବା ବେଳେ ୨,୬୮୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୬୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୬୩ ଜଣଙ୍କ ମଧ୍ୟରୁ ୧୫୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୧୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।