ଭୁବନେଶ୍ବର,୩୧/୧୨(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୩୧୫ । ବର୍ତ୍ତମାନ ସୁଦ୍ଧା ୬୯,୪୬,୯୬୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୯,୬୨୧ ଚିହ୍ନଟ ହୋଇଛନ୍ତି ୩,୨୫,୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ୨,୫୯୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୭୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୧୫ ଜଣଙ୍କ ମଧ୍ୟରୁ ୧୮୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୩୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।