ଭୁବନେଶ୍ବର,୦୨/୦୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୫୧ । ବର୍ତ୍ତମାନ ସୁଦ୍ଧା ୭୦,୦୦,୮୪୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୩୦,୧୧୭ ଚିହ୍ନଟ ହୋଇଛନ୍ତି ୩,୨୫,୭୩୩ ଜଣ ସୁସ୍ଥ ହୋଇଥିବା ବେଳେ ୨,୪୫୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୮୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୫୧ ଜଣଙ୍କ ମଧ୍ୟରୁ ୧୪୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୦୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।