ଭୁବନେଶ୍ବର,୦୯/୦୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୦୬ । ବର୍ତ୍ତମାନ ସୁଦ୍ଧା ୭୧,୪୦,୩୩୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୩୧,୬୦୨ ଚିହ୍ନଟ ହୋଇଛନ୍ତି ୩,୨୭,୫୩୪ ଜଣ ସୁସ୍ଥ ହୋଇଥିବା ବେଳେ ୨,୧୨୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୯୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୦୬ ଜଣଙ୍କ ମଧ୍ୟରୁ ୧୧୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୮୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।