ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୫୯,୫୪୧, ମୃତ୍ୟୁ ସଂଖ୍ୟା ୧,୦୭୨ ।

ଭୁବନେଶ୍ବର,୧୪/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨,୬୦୪ । ବର୍ତ୍ତମାନ ସୁଦ୍ଧା ୩୮,୭୮,୯୯୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୫୯,୫୪୧ ଚିହ୍ନଟ ହୋଇଛନ୍ତି ୨,୩୨,୯୮୮ ଜଣ ସୁସ୍ଥ ହୋଇଥିବା ବେଳେ ୨୫,୪୨୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୦୭୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୬୦୪ ଜଣଙ୍କ ମଧ୍ୟରୁ ୧,୫୧୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୯୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment