ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୭୭,୮୮୭, ମୃତ୍ୟୁ ସଂଖ୍ୟା ୧,୨୧୪ ।

ଭୁବନେଶ୍ବର,୨୩/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୭୯୩ । ବର୍ତ୍ତମାନ ସୁଦ୍ଧା ୪୨,୪୦,୨୪୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୭୭,୮୮୭ ଚିହ୍ନଟ ହୋଇଛନ୍ତି ୨,୫୭,୦୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୫୭୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୨୧୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୭୯୩ ଜଣଙ୍କ ମଧ୍ୟରୁ ୧,୦୩୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୭୬୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment