ଭୁବନେଶ୍ବର,୦୮/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୪୩୪। ବର୍ତ୍ତମାନ ସୁଦ୍ଧା ୪୯,୩୯,୩୯୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୦୧,୫୭୪ ଚିହ୍ନଟ ହୋଇଛନ୍ତି ୨,୮୬,୮୫୭ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୨୩୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୪୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୪୩୪ ଜଣଙ୍କ ମଧ୍ୟରୁ ୮୩୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୦୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।