ଭୁବନେଶ୍ବର,୧୭/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୬୪୪ । ବର୍ତ୍ତମାନ ସୁଦ୍ଧା ୫୩,୩୦,୯୩୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୦,୦୫୨ ଚିହ୍ନଟ ହୋଇଛନ୍ତି ୨,୯୯,୧୫୯ ଜଣ ସୁସ୍ଥ ହୋଇଥିବା ବେଳେ ୯,୨୮୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୫୬୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୬୪୪ ଜଣଙ୍କ ମଧ୍ୟରୁ ୩୭୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୭୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।