ଭୁବନେଶ୍ବର,୧୯/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୮୬୮ । ବର୍ତ୍ତମାନ ସୁଦ୍ଧା ୫୪,୨୪,୭୬୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୧,୭୮୮ ଚିହ୍ନଟ ହୋଇଛନ୍ତି ୩,୦୧,୭୭୭ ଜଣ ସୁସ୍ଥ ହୋଇଥିବା ବେଳେ ୮,୩୬୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୫୯୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୮୬୮ ଜଣଙ୍କ ମଧ୍ୟରୁ ୪୯୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୬୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।