ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ।

ଭୁବନେଶ୍ବର,୦୪/୦୪: ଚଳିତ ବର୍ଷ ଏପ୍ରିଲ ୧୩ ତାରିଖ ଦିନ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆଜି ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ, ବିଏମସି କମିଶନର ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଚଳିତ ମାସ ୧୩ ତାରିଖ ସକାଳ ୮ ଘଟିକା ସମୟରେ ଓଡ଼ିଶା ବିଧାନ ସଭାର ମାନ୍ୟବର ବାଚସ୍ପତି ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବେ। ସଂଧ୍ୟାରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍କଳ ମଣ୍ଡପ ପରିସରରେ ଅନୁଷ୍ଠିତ ହେବ। ଏପ୍ରିଲ ୧୩ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଆସନ୍ତା ବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ ବର୍ଷ ପୁର୍ତ୍ତୀ ହେଉଥିବାରୁ ଏହାକୁ ଏକ ମହୋତ୍ସବଭାବେ ପାଳନ କରିବା ନିମନ୍ତେ ଆଗୁଆ ପ୍ରସ୍ତୁତି କରିବାକୁ ଶ୍ରୀ ଜେନା ବିଏମସିକୁ ପରାମର୍ଶ ଦେଇଥିଲେ ଏବଂ ଆସନ୍ତା ବର୍ଷ ଠାରୁ ବି ଏମ ସି ମାଧ୍ୟମରେ ପ୍ରତିବର୍ଷ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି।

Comments (0)
Add Comment