ବ୍ରହ୍ମପୁର,୦୪/୦୧(ପିପିଟି ); ବ୍ରହ୍ମପୁରରେ ପର୍ଯ୍ୟଟନ ବିକାଶ ଓ ସହରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପରେ ଏହାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୨କୋଟି ବ୍ୟୟରେ ନିର୍ମିତ ଜଳାଶୟ ଓ ପାର୍କ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିଛି। ଏ ଦିଗରେ ସମସ୍ତଙ୍କ ସହଯୋଗ କାମନା କରିବା ସହ ପବିତ୍ର ରାମଲିଙ୍ଗେଶ୍ୱର ଜଳାଶୟକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ଏହି ଭର୍ଚୁଆଲ ଉଦ୍ଘାଟନ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅଧ୍ଯକ୍ଷ ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଡା.ରମେଶଚନ୍ଦ୍ର ଚ୍ଯାଉ ପଟ୍ଟନାୟକ,ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ,ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା,ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ,ବିଏମସି କମିଶନରଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।