ବେଲଗୁଣ୍ଠା,୧୫/୦୨(ପିପିଟି): ବେଲଗୁଣ୍ଠା ବ୍ଲକ୍ ଗୋବରା ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରର ରୋଗୀ କଲ୍ୟାଣ ସମିତି କାର୍ଯ୍ୟକାରିଣୀ ସଦସ୍ୟ ମନଙ୍କ ଚଳିତ ବର୍ଷର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ।ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୋଶନ୍ କୁମାର ଶତପଥୀ, ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡ଼ାକ୍ତର ବାଲୁଙ୍କେଶ୍ୱର ଷଡ଼ଙ୍ଗୀ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ରାମହରି ପଣ୍ଡା, ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ,ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଅମିତ୍ ନାଇକ, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ଦୂର୍ଗା ପ୍ରସାଦ ପଟ୍ଟନାୟକ, ବେଲଗୁଣ୍ଠା ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମେତ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ରୋଗୀ କଲ୍ୟାଣ ସମିତି ଏବଂ ଗଭର୍ଣ୍ଣିଂ ବଡି ଗଠନ ଦିହରେ ବିଶେଷ ଆଲୋଚନା ହୋଇଥିଲ । ଏହା ସହିତ ସ୍ୱାସ୍ଥ୍ୟକେନ୍ଦ୍ରର ଉନ୍ନତି ପାଇଁ ଆସୁଥିବା ବାର୍ଷିକ ସରକାରୀ ଅନୁଦାନର ସୁପରିଚାଳନା ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା ।
(ରିପୋର୍ଟ- ସୁଶାନ୍ତ କୁମାର ବେହେରା। )