ବ୍ରହ୍ମପୁର,୨୩/୦୩(ପିପିଟି): ଗଞ୍ଜାମ ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପକ୍ଷରୁ ଇଞ୍ଜିନିୟରିଂ ସ୍କୁଲ ରୋଡ ସ୍ଥିତ ରାଜସ୍ୱ ଡାକବଙ୍ଗଳା ଠାରେ ଶିଶୁ ସୁରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଏହି କର୍ମଶାଳାରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶୁଭଶ୍ରୀ ପାତ୍ର, କିଶୋର ନ୍ୟାୟ ବୋର୍ଡର ସଦସ୍ୟ ଅମିୟ କୁମାର ତ୍ରିପାଠୀ ,ଜିଲ୍ଲା ମୁଖ୍ୟ ଚିକିତ୍ସା କାର୍ଯ୍ୟଳୟ ର ହରମୋହନ ପଣ୍ଡା, ଅରୁଣା ସ୍ବେଛାସେବୀ ଅନୁଷ୍ଠାନର ସମ୍ପାଦିକା ସୌଦାମିନୀ ରଥ ସଖି ସେଣ୍ଟର ମହେଶ୍ୱତା ପାଢ଼ୀ, ଆକ୍ସନ ଏଡ଼ ର ଜିଲ୍ଲା ପ୍ରତିନିଧି ଦେବବ୍ରତ ମାହୁନ୍ତ ପ୍ରମୁଖ ଉପସ୍ଥିତ ରହିଥିଲେ । ଶିଶୁ ଅଧିକାର,ଶିଶୁ ପାଇଁ ଉଦ୍ଦିଷ୍ଟ ସମସ୍ତ ଆଇନ ବିଷୟରେରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେଇଥିଲା । ଜିଲ୍ଲାର ସମସ୍ତ ଶିଶୁ ବିକାଶ ପ୍ରକଳ୍ପର ଅଧିକାରିଣୀ, ଚାଇଲ୍ଡଲାଇନର କର୍ମକର୍ତ୍ତା, ପୋଲିସ ଅଫିସର ମାନେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟଳୟ ର ଶିବ ପ୍ରସାଦ ରଥ ଧନ୍ୟବାଦ ପ୍ରଦାନ କରିଥିଲେ ।
(ରିପୋର୍ଟ- ଆରତ କୁମାର ହୋତା। )