ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶକ୍ତି ବିଭାଗ ତରଫରୁ ଆଜି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମୀକ୍ଷା ବୈଠକ କରିଛନ୍ତି।

ଭୁବନେଶ୍ୱର,୨୪/୧୦(ପିପିଟି):ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶକ୍ତି ବିଭାଗ ତରଫରୁ ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଟାଟା ପାୱାରର ସିଇଓ ତଥା ଏମଡି ଡ଼ ପ୍ରବୀର କୁମାର ସିହ୍ନା, ଟିପିସିଓଡ଼ିଏଲର ସିଇଓ  ଗଜାନନ କାଲେ ଯୋଗଦେଇଥିଲେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଶକ୍ତି ବିଭାଗ ତରଫରୁ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ସେହିପରି ବାତ୍ୟା ପରବର୍ତ୍ତୀ ପୁନଃରୁଦ୍ଧାର ଓ ବିଦ୍ୟୁତ ସରବରାହ ପରିଚାଳନା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକୁ ବିଶେଷ ଧ୍ୟାନ ଦେବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଓ ପବନ ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ନେଇ ଜନସାଧାରଣଙ୍କୁ ସୂଚୀତ କରାଯାଉଛି। ସମସ୍ତ ପ୍ରକାର ମୁକାବିଲା ପାଇଁ ବିଭାଗ ସଜାଗ ରହିଛି।

Comments (0)
Add Comment