ସାଗରଗୁଆଁ ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ।

ବୋଲଗଡ଼,୧୭/୧୨(ପିପିଟି):ବୋଲଗଡ଼ ଶିକ୍ଷା ବ୍ଲକ ଅନ୍ତର୍ଗତ ସାଗରଗୁଆଁ ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ଓ ପୂର୍ବତନ ପ୍ରଧାନଶିକ୍ଷକ କୃଷ୍ଣ ଚନ୍ଦ୍ର ବଳିଆରସିଂହ ସଭାପତିତ୍ବରେ ବୁଧବାର ଦିନ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବିଦ୍ୟାଳୟର ବହୁ ପୁରାତନ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ଓ ବର୍ତ୍ତମାନ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ମନୋରଞ୍ଜନ ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ଓ କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର, ଟ୍ରଫି ଓ ପୁରଷ୍କାର ପ୍ରଦାନ କରାଯିବ ଏବଂ ବିଦ୍ୟାଳୟ ଗଠନରେ ତଥା ଶିକ୍ଷାଦାନ କ୍ଷେତ୍ରରେ ମୂଖ୍ୟ ଭୂମିକା ଗ୍ରହଣ କରିଥିବା ଜନସାଧାରଣ, ସ୍କୁଲ୍ ପରିଚାଳନା କମିଟିର ସଦସ୍ୟ ତଥା ପୂର୍ବତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଗଲା। ଆସନ୍ତା ୨୭ ତାରିଖ ଦିନ ବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହେବ ବୋଲି ସଭାପତି କୃଷ୍ଣ ଚନ୍ଦ୍ର ବଳିଆରସିଂହ ଘୋଷଣା କରିଥିଲେ। ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀକୁ ଅତ୍ୟନ୍ତ ସରସ ସୁନ୍ଦର ତଥା ଚିତାକର୍ଷକ କରିବାପାଇଁ ବିଦ୍ୟାଳୟର ପୁରାତନ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଗ୍ରାମବାସୀ ଓ ବର୍ତ୍ତମାନ ଅଧୟନରତ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ସହଯୋଗ କରିବାକୁ ସଭାପତି କୃଷ୍ଣ ଚନ୍ଦ୍ର ବଳିଆରସିଂହ ଅନୁରୋଧ କରିଅଛନ୍ତି।

ରିପୋର୍ଟ-ସୁଶାନ୍ତ କୁମାର ପ୍ରଧାନ।

Comments (0)
Add Comment